ଉକ୍ତ କାର୍ଯକ୍ରମ ରେ ୱାଡମେମ୍ବର, ଅଙ୍ଗନୱାଡ଼ି , ଆଶା,ପ୍ରେସିଡେଣ୍ଟ, ସିଆରପି, ଗ୍ରାମବାସୀ ମାନଙ୍କ ଉପସ୍ଥିତ ରେ ଜିଲ୍ଲା ରେ ଶିଶୁ ମାନଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବଲ୍ୟବିବାହ, ଶିଶୁ ଚାଲାଣ,ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ ସଙ୍କୁଳ କାର୍ଯ୍ୟ ରେ ନିୟ ଜିତ ନକରିବା ତଥା ଏହାର ଭୟାବହତା ଉପରେ ବିଶେଷ ଆଲୋଚନା କରାଯାଇଥିଲା। ବାଲ୍ୟ ବିବାହ ତଥା ଶିଶୁଙ୍କୁ ଶ୍ରମ ରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳି ଏବଂ ପ୍ରତ୍ୟେକ ଶିଶୁର ଚାରୋଟି ପ୍ରାଥମିକ ଅଧିକାର ବିଷୟ ରେ ଆଲୋଚନା କରିଥିଲେ । ଏହି ସବୁ କାର୍ଯ୍ୟକ୍ରମ ର ଆୟୋଜନ ତଥା ପରିଚାଳନା ବିଶ୍ୱଯୁବ କେନ୍ଦ୍ରର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ୱା ବଧାନରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ପରିଚାଳନା କରିଥିଲେ l